ପ୍ରବଳ କୁହୁଡ଼ି : ଓଲଟିଲା ବସ୍, ୧୨ ଯାତ୍ରୀ ଆହତ
ଖୋର୍ଦ୍ଧା: ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ବାଘମାରୀ ନିକଟରେ ଆଜି ଭୋରରୁ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରବଳ କୁହୁଡ଼ି ଯୋଗୁ ବସ୍ଟି ଓଲଟି ପଡ଼ିବାରୁ ୧୨ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ଜଣ ଅବସ୍ଥା ଗୁରୁତର ରହିଥିବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ଚିକିତ୍ସା ପାଇଁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି।ଗତକାଲି ରାତିରୁ ଏକ ଘରୋଇ ବସ୍ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ଧରି ବଲାଙ୍ଗିରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲା। ମାତ୍ର ବାଘମାରୀ ନିକଟରେ ପ୍ରବଳ କୁହୁଡ଼ି ଯୋଗୁ ବସ୍ଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ଏକ ବିଲକୁ ଓଲଟି ପଡ଼ିଥିଲା।
ଆଜି ଭୋରରୁ ବସଟି ବଲାଙ୍ଗିରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ଭାରସାମ୍ୟ ହରାଇ ବିଲ ଭିତରକୁ ଓଲଟି ପଡିଥିଲା । ଖବର ପାଇ ସ୍ଥାନୀୟ ଲୋକ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ବସ୍ର କାଚ ଭାଙ୍ଗି ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପ୍ରବଳ କୁହୁଡି କାରଣ ରୁ ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତ ରୁ ସୂଚନା ମିଳିଛି । ଦୁର୍ଘଟଣା ଘଟାଇ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଥିବା ଜଣାପଡିଛି ।
Powered by Froala Editor