ରାଜ୍ୟରେ ୨୩ କୋଭିଡ ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୬ ଜଣ, ଖୋର୍ଦ୍ଧାରୁ ୨ ଜଣ, ବରଗଡ଼, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୯ ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୮୦୯ଜଣ ସୁସ୍ଥ ହୋଇଛନ୍ତି।
Powered by Froala Editor