୧୩୭୯ ଭୋଟରେ ଆଗୁଆ ସୂରଜ ସୂର୍ଯ୍ୟବଂଶୀ

ଧାମନଗର: ଧାନମନଗର ଉପନିର୍ବାଚନ ପାଇଁ ଆଜି ଚାଲିଛି ଭୋଟ୍ ଗଣତି। ମୋଟ ୧୮ ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ଶେଷ ହୋଇଛି ଦ୍ୱିତୀୟ ରାଉଣ୍ଡ। ଆଉ ଏହି ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ୟ୍ୟବଂଶୀ ଆଗୁଆ ରହିଛନ୍ତି। ସେ ତାଙ୍କ ନିକଟତମ ପ୍ରାର୍ଥୀ ବିଜେଡିର ଅବନ୍ତୀ ଦାସଙ୍କ ଠାରୁ ୧୩୭୯ ଖଣ୍ଡ ଭୋଟ୍ରେ ଆଗୁଆ ଅଛନ୍ତି।
ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ସୂରଜ ସୂର୍ୟ୍ୟବଂଶୀ ୮୭୩୭ ଖଣ୍ଡ ଭୋଟ୍ ପାଇଥିବା ବେଳେ ଅବନ୍ତୀ ଦାସ ୭୩୫୮ ଖଣ୍ଡ ଭୋଟ୍ ପାଇଛନ୍ତି। ଅନ୍ୟପକ୍ଷରେ ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ୫୯୭ ଖଣ୍ଡ ଭୋଟ୍ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ୩୦୦ ଖଣ୍ଡ ଭୋଟ୍ ପାଇଛନ୍ତି।
ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ମଧ୍ୟ ବିଜେପି ପ୍ରାର୍ଥୀ ସୂର୍ୟ୍ୟବଂଶୀ ସୂରଜ ଆଗୁଆ ରହିଥିଲେ। ଏହି ରାଉଣ୍ଡରେ ସେ ତାଙ୍କ ନିକଟତମ ପ୍ରାର୍ଥୀ ବିଜେଡିର ଅବନ୍ତୀ ଦାସଙ୍କ ଠାରୁ ୭୭୯ ଖଣ୍ଡ ଭୋଟ୍ରେ ଆଗୁଆ ରହିଥିଲେ।
Powered by Froala Editor