ରାଜ୍ୟରେ ୬ କୋଭିଡ ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ସଂକ୍ରମିତ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ପୁରୀରୁ ୨ ଜଣ, ବରଗଡ଼, ଖୋର୍ଦ୍ଧା, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୮ ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୮୬୨ଜଣ ସୁସ୍ଥ ହୋଇଛନ୍ତି।
Powered by Froala Editor