ଓଡ଼ିଆ ଭାଷାରେ ଇଂଜିନିୟରିଂ ପୁସ୍ତକ ଉନ୍ମୋଚନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଆଜି ଓଡ଼ିଆ ଭାଷାରେ ଇଂଜିନିୟରିଂ ପୁସ୍ତକ ଉନ୍ମୋଚନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଆ ଭାଷାରେ ଲିଖିତ ଇଞ୍ଜିନିୟରିଂ ପାଠ୍ୟପୁସ୍ତକ, ବୈଷୟିକ ଶିକ୍ଷା ସଙ୍କଳନ ଓ ଇ-କୁମ୍ଭ ପୋର୍ଟାଲର ଲୋକାର୍ପଣ କରିଛନ୍ତି ରାଷ୍ଟ୍ରପତି। ମାତୃଭାଷାରେ ଶିକ୍ଷା ପାଇଲେ ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇବ ତଥା ରାଷ୍ଟ୍ରର ବିକାଶ ନିମନ୍ତେ ସେମାନେ ଉତ୍ସର୍ଗୀକୃତ ଭାବେ ଯୋଗଦାନ କରିବେ ବୋଲି କହିଛନ୍ତି ରାଷ୍ଟ୍ରପତି।
ଆଜି ଜୟଦେବ ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ଉଭୟ ଡିଗ୍ରୀ ଓ ଡିପ୍ଲୋମା ଛାତ୍ରଛାତ୍ରୀଙ୍କ ପାଇଁ ଓଡ଼ିଆ ଭାଷାରେ ଇଂଜିନିୟରିଂ ପୁସ୍ତକ ଉନ୍ମୋଚିତ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ ଲାଲ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।
Powered by Froala Editor