ଆଜିଠାରୁ ବର୍ଷା!

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ରବିବାର ଦକ୍ଷିଣ ପଶ୍ଚିମ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ୨୧ ଓ ୨୨ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ପୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ସୋମବାର ଦିନ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ ଓ କୋରାପୁଟ ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୨୨ରେ ଗଜପତି, ରାୟଗଡ଼ା, ମାଲକାନାଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହି ଦିନ ଅନ୍ୟ ସବୁ ଜିଲ୍ଲା ଗୁଡ଼ିକରେ ପାଗ ଶୁଖିଲା ରହିପାରେ । ୨୩ ତାରିଖରୁ ପାଗ ବଦଳି ଶୁଖିଲା ରହିବ ବୋଲି ପାଣିପାଗ ବିଭାବ ଆକଳନ କରିଛି । ଏହା ସହିତ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ରାତି ତାପମାତ୍ରା ସ୍ୱାଭାବିକରୁ ୨ ରୁ ୩ ଡ଼ିଗ୍ରୀ କମ ରହିପାରେ ।
Powered by Froala Editor