ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ
ମାଲକାନଗିରି : ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ଜଙ୍ଗଲରେ ସିଆର୍ପିଏଫ୍ ଡିଆରଜି ଏବଂ ଏସ୍ଟିଏଫ୍ ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଚାଲିଛି। ସର୍ଚ୍ଚ ଅପରେସନ୍ ବେଳେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସହ ବନ୍ଧୁକ ମଧ୍ୟ ଜବତ ହୋଇଛି ।
ସୂଚନା ମୁତାବତ, ଛତିଶଗଡ଼ ସୀମାନ୍ତ ବିଜାପୁର ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ କୁମ୍ବିଂ ଅପରସେନ୍ ଚାଲିଥିଲା । ଏହି ସମୟରେ ମାବାଦୀଙ୍କ ସହ ମିତ୍ରପୁର ଥାନା ଅନ୍ତର୍ଗତ ପୋମରା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଯେଉଁଥିରେ ତିନି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ସେପଟେ ଘଟଣାସ୍ଥଳରେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସହ ବନ୍ଧୁକ ମଧ୍ୟ ଜବତ ହୋଇଛି । ତେବେ ନିହତ ହୋଇଥିବା ମାଓବାଦୀମାନେ କେଉଁ ସଂଗଠନ ସହିତ ଜଡିତ । ଏନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ସର୍ଚ୍ଚ ଅପରେସନ ଜାରି ରହିଥିବା ବିଜାପୁର ଏସ୍ପି ଅଞ୍ଜନେଇ ବାର୍ନୀ ସୂଚନା ଦେଇଛନ୍ତି ।
Powered by Froala Editor