ହିତାଧିକାରୀଙ୍କୁ ମିଳିଲା ସହାୟତା, ବ୍ୟାଙ୍କ ଖାତାକୁ ୪୩ କୋଟି ଟଙ୍କା ପଠାଇଲେ ନବୀନ
ଭୁବନେଶ୍ୱର: କେନ୍ଦୁପତ୍ର ତୋଳାଳି, ବନ୍ଧାଳି, ସିଜନାଲ କର୍ମଚାରୀଙ୍କୁ ମିଳିଲା ସହାୟତା। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀଡିବିଟି ଜରିଆରେ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ମୋଟ୍ ୪୩ କୋଟି ଟଙ୍କା ପଠାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦୁପତ୍ର ତୋଳାଳିଙ୍କୁ ୧ ହଜାର, ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ୧୫ ଶହ ପ୍ରଦାନ କରାଯାଇଛି।
ଏକ ସ୍ଵତନ୍ତ୍ର କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ବଣ୍ଟନ କରିଛନ୍ତି। ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡା, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ଦେବଗଡ଼ ଓ ବଲାଙ୍ଗୀର ଆଦି ୧୨ ଜିଲ୍ଲାର ୧୭ ଡିଭିଜନର ହିତାଧିକାରୀମାନଙ୍କୁ ସହାୟତା ବଣ୍ଟନ କରାଯାଇଥିଲା। ସେପଟେ ପଦ୍ମପୁର ଉପନିର୍ବାଚନ ଜନିତ ଆଚରଣବିଧି ଉଠିବା ପରେ ବରଗଡ ଜିଲ୍ଲାର କେନ୍ଦୁପତ୍ର ତୋଳାଳୀ ଓ କେନ୍ଦୁପତ୍ର କର୍ମଚାରୀମାନଙ୍କୁ ଏହି ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।
Powered by Froala Editor