ସ୍କ୍ରାପିଂ ପଲିସିକୁ କ୍ୟାବିନେଟ ଅନୁମୋଦନ
ଭୁବନେଶ୍ୱର: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୨ଟି ବିଭାଗର ୧୭ଟି ପ୍ରସ୍ତାବ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି । ରାଜ୍ୟ କ୍ୟାବିନେଟ ଏକ ନୂତନ Registered Vehicle Scrapping Facility Policy-୨୦୨୨କୁ ଅନୁମୋଦନ କରିଛି ।
ଯାନବାହନ ଜନିତ ବାୟୁ ପ୍ରଦୁଷଣ କମ୍ କରିବାରେ ଏହି ନୀତି ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହାଦ୍ବାରା ୧୫ ବର୍ଷ ପୂରଣ କରିଥିବା ସମସ୍ତ ପୁରୁଣା ଗାଡିକୁ ସ୍କ୍ରାପିଂ କେନ୍ଦ୍ରରେ ସ୍କ୍ରାପ କରିବାକୁ ପଡିବ। ସ୍କ୍ରାପିଂ କରିଥିବା ବ୍ୟକ୍ତିମାନଙ୍କୁ ନୂଆ ଗାଡି କିଣିବା ପାଇଁ ପ୍ରୋତ୍ସାହନର ବ୍ୟବସ୍ଥା ରହିଛି ।
Powered by Froala Editor