ଝରଣା ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ଵୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା। ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା।
ତେବେ ଝରଣା ଦାସଙ୍କ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ ଜଗତରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ଗତି କାମନା କରିଛନ୍ତି। ସ
ପ୍ରକାଶ ଥାଉକି, ଓଡ଼ିଆ ଚଳଚିତ୍ର ଜଗତର ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ କଟକସ୍ଥିତ ବାସଭବନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଝରଣାଙ୍କ ବିୟୋଗରେ ଓଡ଼ିଆ ସିନେମା ଜଗତରେ ଏକ ଗଭୀର ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି।
Powered by Froala Editor