ସରିଛି ପ୍ରଚାର, ରାତି ପାହିଲେ ପଦ୍ମପୁର ଉପନର୍ବାଚନ,
ବରଗଡ : ରାତି ପାହିଲେ ପଦ୍ମପୁର ଉପନର୍ବାଚନ ।ଉପନିର୍ବାଚନ ପାଇଁ ଗତକାଲି ପ୍ରଚାର ସରିଛି । ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୪ଟା ଯାଏ ଚାଲିବ । ଭୋଟିଂ ଲାଗି ମୋଟ ୩୧୯ଟି ବୁଥ୍ କରାଯାଇଛି । ୬ଟି ପିଙ୍କ୍ ବୁଥ୍ ହୋଇଥିବା ବେଳେ ୧୫ଟି ମଡେଲ୍ ବୁଥ୍ ହୋଇଛି । ୭୪ଟି ବୁଥ୍ ନକ୍ସଲ ପ୍ରଭାବିତ ଅଞ୍ଚଳରେ ରହିଛି । ସେହିପରି ୭୮ଟି ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଛି ।
ଭୋଟ୍ ଗ୍ରହଣ ପାଇଁ ୯ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ସମେତ ମୋଟ ୪୧ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ୫୦ପ୍ରତିଶତ ବୁଥରେ ୱେବ କାଷ୍ଟିଂ ହେବ । ପଦ୍ମପୁରରେ ମୋଟ ୨ଲକ୍ଷ ୫୭ ହଜାର ୪୭୪ ଭୋଟର ରହିଥିବାବେଳେ ପୁରୁଷ ଭୋଟରଙ୍କ ସଂଖ୍ୟା ରହିଛି ୧ ଲକ୍ଷ ୨୯ ହଜାର ୪୯୭ । ସେହିପରି ମହିଳା ଭୋଟରଙ୍କ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୬୫ ରହିଛି । ପଦ୍ମପୁରରେ ପ୍ରଦୀପ ପୁରୋହିତଙ୍କୁ ବିଜେପି ପ୍ରାର୍ଥୀ କରିଥିବ ବେଳେ ବିଜେଡି ବର୍ଷା ସିଂ ବରିହାଙ୍କୁ ପ୍ରାର୍ଥୀ କରିଛି । ସେହିପରି କଂଗ୍ରେସ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ କରିଛି । ତେବେ କିଏ ପିନ୍ଧିବ ବିଜୟର ମୁକୁଟ, ତାହା ଉପରେ ଏବେ ସମସ୍ତଙ୍କ ନଜର ।
Powered by Froala Editor