୪ ଘଣ୍ଟା ବିଦ୍ୟୁତ୍ ବନ୍ଦ: ଭେଣ୍ଟିଲେଟରେ ଚାଲିଗଲା ୪ ନବଜାତଙ୍କ ଜୀବନ
ଛତିଶଗଡ଼ ଅମ୍ବିକାପୁର ମେଡିକାଲ କଲେଜରେ ଭେଣ୍ଟିଲେଟର ବନ୍ଦ ହୋଇଯିବାରୁ ୪ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରବିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ୪ ଘଣ୍ଟା ଧରି ବିଦ୍ୟୁତ୍ ସରବରାହ ବନ୍ଦ ରହିଥିଲା। ଫଳରେ ୪ ଶିଶୁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏହି ଘଟଣା ପରେ ହସ୍ପିଟାଲ ପରିସରରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଅବହେଳା ଯୋଗୁ ଏଭଳି ଘଟଣା ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏପରିକି ସ୍ବାସ୍ଥ୍ୟମନ୍ତ୍ରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାକୁ ନେଇ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ଜିଲାପାଳଙ୍କ ସହ ସ୍ବାସ୍ଥ୍ୟର ବିଭାଗର ଏକ ଟିମ୍ ହସ୍ପିଟାଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
Powered by Froala Editor