ବନକଲାଗି ହେବେ ତିନି ଠାକୁର, ୫ଟାରୁ ୯ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ବନକଲାଗି ହେବେ ତିନି ଠାକୁର । ବନକଲାଗି ନୀତି ପାଇଁ ଆଜି ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟାରୁ ରାତି ୯ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଏହି ବିଶେଷ ନୀତି ମହାପ୍ରଭୁଙ୍କ ଅତ୍ୟନ୍ତ ଗୁପ୍ତ ହୋଇଥିବା ବେଳେ ଦତ୍ତ ମହାପାତ୍ର ସେବକ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ନୀତି ସମାପ୍ତ ପରେ ଶ୍ରଦ୍ଧାଳୁ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
Powered by Froala Editor