ରାଜ୍ୟ ଯୋଗାଣ ନିଗମ କାର୍ଯ୍ୟାଳୟ ୪୮ଘଣ୍ଟା ପାଇଁ ସିଲ୍

କରୋନା ପଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ବର ନୟାପଲ୍ଲୀରେ ଥିବା ରାଜ୍ୟ ଯୋଗାଣ ନିଗମ କାର୍ଯ୍ୟାଳୟ ୪୮ଘଣ୍ଟା ପାଇଁ ସିଲ୍ କରାଯାଇଛି । ୬ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହେବା ପରେ ବିଏମସି ପକ୍ଷରୁ ଅଫିସକୁ ସିଲ୍ କରି ଦିଆଯାଇଛି। ବିଏମସି ପକ୍ଷରୁ କୁହାଯାଇଛି ଯେ, ନିଗମର ସମସ୍ତ କର୍ମଚାରୀଙ୍କର କୋଭିଡ୍ ପରୀକ୍ଷା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ଅଫିସ ପରିସରକୁ ସାନିଟାଇଜ୍ କରିବା ନିମନ୍ତେ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦିଆଯାଇଛି। ଆଜି ଉପସ୍ଥିତ ଥିବା ସମସ୍ତ କର୍ମଚାରୀଙ୍କ କୋଭିଡ୍ ପରୀକ୍ଷା ହୋଇଛି ଓ ବିଏମସିର ଜୋନାଲ ଡେପୁଟି କମିଶନର ରବିନାରାୟଣ ଜେଠୀଙ୍କ ନେତୃତ୍ୱରେ ଏକ ଟିମ୍ ସ୍ଥିତି ଉପରେ ନଜର ରଖିଛନ୍ତି।