ଆଇଏଏସ ସ୍ତରରେ ଅଦଳବଦଳ : ଉଷା ପାଢ଼ୀଙ୍କୁ ଦକ୍ଷତା ବିକାଶ ସହ ବାଣିଜ୍ୟ ଓ ପରିବହନ ଦାୟିତ୍ୱ
ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। କେନ୍ଦ୍ରରୁ ଡେପୁଟେସନରେ ଫେରିବା ପରେ ଉଷା ପାଢ଼ୀଙ୍କୁ ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି। ୧୯୯୬ ବ୍ୟାଚ୍ ଆଇଏଏସ୍ ଅଫିସର ଉଷା ପାଢୀ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ଏଥିସହିତ ତାଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି।
ସେହିଭଳି ୧୯୯୫ ବ୍ୟାଚ୍ ଆଇଏଏସ୍ ଅଫିସର ତଥା ଶିଳ୍ପ ସଚିବ ହେମନ୍ତ ଶର୍ମା ଏବଂ ଉଚ୍ଚ ଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କଠାରୁ ଅତିରିକ୍ତ ଦାୟିତ୍ୱ କାଢି ନିଆଯାଇଛି। ହେମନ୍ତଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବରୁ ଅବ୍ୟାହତି ଦିଆଯାଇଛି। ଇପିକଲ୍ ଓ ଇଡକୋ ଅଧ୍ୟକ୍ଷ ଭାବେ ସେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେହିପରି ବିଷ୍ଣୁ ପଦଙ୍କ ଠାରୁ ବାଣିଜ୍ୟ ଓ ପରିବହନ ବିଭାଗ ଦାୟିତ୍ୱକୁ କାଢି ନିଆଯାଇଥିବା ବିଜ୍ଞପ୍ତି ପ୍ରକାଶ ପାଇଛି।
Powered by Froala Editor