ବଙ୍ଗୋପସାଗରରେ ଲଘୁଚାପ!

ଭୁବନେଶ୍ୱର: ଆସନ୍ତା ୨୩ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ମେ ୨୩ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି । ପୂର୍ବରୁ ଏନେଇ ଭୂବିଜ୍ଞାନ ମନ୍ତ୍ରଣାଳୟର ସଚିବ ମାଧବନ ରାଜୀବନ ଟ୍ୱିଟକରି ସୂଚନା ଦେଇଥଲେ ।
୨୪ କିମ୍ବା ୨୫ ବେଳକୁ ଏହା ହେବ ବୋଲି ସାଇକ୍ଲୋନ ସେଂଟରର ମୁଖ୍ୟ ରାଜେନ୍ଦ୍ର ଜେନା ପ୍ରକାଶ କରିଥିଲେ ।
ସୂଚନାଯୋଗ୍ୟଯେ, ବାତ୍ୟା ତାଉତେ ପାଇଁ ଅନେକ କ୍ଷୟକ୍ଷତି ହୋଇଛି । କେରଳ, କର୍ଣ୍ଣାଟକ, ମହାରାଷ୍ଟ୍ର ସହ ଗୁଜୁରାଟ ବି କ୍ଷତିଗ୍ରସ୍ତ ହୋଇଛି । ଅପରପକ୍ଷରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନିଶ୍ଚିତ ହୋଇଯାଇଛି । ତେବେ ଏହା ବାତ୍ୟାର ରୂପ ନେବକି ନାହିଁ, ଏହା କେଉଁ ଦିଗରେ ଗତିକରିବ ସେନେଇ ପାଣିପାଗ ବିଭାଗ ଅନୁଶୀଳନ କରୁଛି ।
Powered by Froala Editor