ବାତ୍ୟା: ୨୬ରେ ଉପକୂଳ ଛୁଇଁବ

ଭୁବନେଶ୍ୱର: କରୋନା ସମୟରେ ତାଉତେ ପରେ ଆଉ ଏକ ବାତ୍ୟା ମାଡ଼ି ଆସୁଛି । ବାଙ୍ଗୋପସାଗରରେ ବାତ୍ୟା ଆସୁଥିବାବେଳେ ଏହା ଆସନ୍ତା ୨୬ ତାରିଖ ଦିନ ଉପକୂଳ ଛୁଇଁବ । ଏନେଇ ଆଇଏମଡି ମହାନିଦେ୍ର୍ଧଶକ ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ତାଙ୍କ ସୂଚନା ଅନୁଯାୟୀ ଆସନ୍ତା ୨୨ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । କ୍ରମେ ଏହା ଘନୀଭୂତ ହୋଇ ୭୨ ଘଣ୍ଟା ପରେ ବାତ୍ୟାର ରୂପ ନେବ । ୨୫ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ବାତ୍ୟାର ରୂପ ନେବ । ବାତ୍ୟାରେ ପରିଣତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗରେ ଆଗେଇବ । ବର୍ତ୍ତମାନ ଆକଳନ ଅନୁଯାୟୀ ୨୬ ତାରିଖ ସକାଳେ ଉପକୂଳ ଛୁଇଁବ । ଓଡ଼ିଶା-ପଶ୍ଚିମବଙ୍ଗ ମଧ୍ୟରେ ଉପକୂଳ ଛୁଇଁବା ନେଇ ଅନୁମାନ କରାଯାଉଛି । ତେବେ କେଉଁଠି ଉପକୂଳ ଛୁଇଁବ ଏବେ ଠୁ କହିବା ସମ୍ଭବ ନୁହେଁ । ଲଘୁଚଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏନେଇ ସଠିକ ଆକଳନ କରାଯିବ । ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ନିଶ୍ଚିତ ପଡ଼ିବ । ୨୫ ତାରିଖ ସନ୍ଧ୍ୟାରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହେବ ବୋଲି ଆଇଏମଡି ମହାନିଦେ୍ର୍ଧଶକ ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି ।
Powered by Froala Editor