ଆସୁଥିବା ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ନିଶ୍ଚିତ ପଡ଼ିବ

ଭୁବନେଶ୍ୱର: କରୋନା ସମୟରେ ତାଉତେ ପରେ ଆଉ ଏକ ବାତ୍ୟା ମାଡ଼ି ଆସୁଛି । ଯଦିଓ ତାଉତେର ପ୍ରଭାବ ଓଡ଼ିଶା ଉପରେ ପଡ଼ିନାହିଁ ତେବେ ଆଗକୁ ଆସୁଥିବା ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ନିଶ୍ଚିତ ପଡ଼ିବ ବୋଲି ଆଇଏମଡି ଡିଜି ମୃତ୍ୟଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ତାଙ୍କ ସୂଚନା ଅନୁଯାୟୀ ଆସନ୍ତା ୨୨ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । କ୍ରମେ ଏହା ଘନୀଭୂତ ହୋଇ ୭୨ ଘଣ୍ଟା ପରେ ବାତ୍ୟାର ରୂପ ନେବ । ୨୫ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ବାତ୍ୟାର ରୂପ ନେବ । ବାତ୍ୟାରେ ପରିଣତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗରେ ଆଗେଇବ । ବର୍ତ୍ତମାନ ଆକଳନ ଅନୁଯାୟୀ ୨୬ ତାରିଖ ସକାଳେ ଉପକୂଳ ଛୁଇଁବ । ଓଡ଼ିଶା-ପଶ୍ଚିମବଙ୍ଗ ମଧ୍ୟରେ ଉପକୂଳ ଛୁଇଁବା ନେଇ ଅନୁମାନ କରାଯାଉଛି । ତେବେ କେଉଁଠି ଉପକୂଳ ଛୁଇଁବ ଏବେ ଠୁ କହିବା ସମ୍ଭବ ନୁହେଁ । ଲଘୁଚଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏନେଇ ସଠିକ ଆକଳନ କରାଯିବ । ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ନିଶ୍ଚିତ ପଡ଼ିବ । ୨୫ ତାରିଖ ସନ୍ଧ୍ୟାରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହେବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।
ଏହାଛଡ଼ା ସମୁଦ୍ର ଭିତରକୁ ନଯିବାରୁ ଶ୍ରୀ ମହାପାତ୍ର ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଇଛନ୍ତି । ୨୧ରୁ ୨୪ ଯାଏଁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ୨୪ରୁ ୨୭ ଯାଏଁ ଉତ୍ତର ବଙ୍ଗୋପସାଗରକୁ ଯିବାକୁ ଶ୍ରୀ ମହାପାତ୍ର ମନା କରିଛନ୍ତି ।
Powered by Froala Editor