କରୋନାକୁ ହରାଇଲେ ୯୯ ବର୍ଷୀୟ ବୃଦ୍ଧ

କରୋନା ଯୁଦ୍ଧରେ ବିଜୟୀ ହେଉଛନ୍ତି ଜଣେ ୯୯ ବର୍ଷୀୟ ବରିଷ୍ଠ ନାଗରିକ l ଭୁବନେଶ୍ୱର ସହିଦନଗର ଅଂଚଳର ମୁରଲୀଧର ଦାସ କୋଭିଡ ସଂକ୍ରମିତ ହୋଇ ଗତ ମେ ୯ ତାରିଖରେ ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ l ସମ କୋଭିଡର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟ ସେବାରେ ନିୟୋଜିତ ଥିବା କର୍ମଚାରୀଙ୍କ ଉତ୍ତମ ଚିକିତ୍ସା, ସେବା ଓ ଯତ୍ନ ଫଳରେ ସେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି l ମୁରଲୀଧରଙ୍କର ପାର୍କିନ୍ସନ, ଉଚ୍ଚ ରକ୍ତଚାପ, ମଧୁମେହ ଭଳି ଅନେକ ସ୍ୱାସ୍ଥ୍ୟଗତ ସମସ୍ୟା ରହିଥିବା ବେଳେ ଆଗରୁ ବ୍ରେନଷ୍ଟ୍ରୋକ ମଧ୍ୟ ହୋଇସାରିଛି l କୋଭିଡ ଆକ୍ରାନ୍ତ ହେବା ପରେ ସେ ଠିକ ଭାବେ କଥା ମଧ୍ୟ କହି ପାରୁନଥିଲେ l ତେଣୁ ତାଙ୍କର ଅଧିକ ଯତ୍ନ ନିଆଯାଇଥିଲା ।
ଦୀର୍ଘ ୧୧ ଦିନ ପରେ ମୁରଲୀଧର ହସ୍ପିଟାଲରୁ ଡିସ୍ଚାର୍ଜ ହେବା ସମୟରେ ବେଶ ଆନନ୍ଦିତ ଥିଲେ। ସେ ଯିବା ସମୟରେ ଏକ ଭାବବିହ୍ଵଳ ପରିବେଶ ସୃଷ୍ଟି ହୋଇଥିଲା l
Powered by Froala Editor