ମଉନିଗଲେ ମୋତିମହଲର ରାଣୀ
ଜୟପୁର ରାଜ ପରିବାରର ଶେଷରାଣୀ ରମା କୁମାରୀ ଦେବୀଙ୍କର ପରଲୋକ ହୋଇଯାଇଛି । ଦୀର୍ଘବର୍ଷ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ପରେ ଶେଷରେ ଜୟୁପରସ୍ଥିତ ମୋତି ମହଲରେ ରବିବାର ରାତିରେ ରାଣୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ସହରର ଚନ୍ଦନବାଡ଼ସ୍ଥିତ ରାଜ ଶ୍ମଶାନରେ ରାଜକୀୟ ପରମ୍ପରା ଅନୁଯାୟୀ ରାଣୀଙ୍କ ଅନ୍ତ୍ୟେଷ୍ଟି ସଂପନ୍ନ ହେବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ରାଣୀଙ୍କ ମୃତ୍ୟୁ ଖବର ପାଇ ଜୟପୁର ରାଜପ୍ରସାଦରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସମାଗମ ହେବାରେ ଲାଗିଛି ।
ରମା କୁମାରୀ ହେଉଛନ୍ତି ଜୟପୁର ରାଜ ପ୍ରସାଦର ଶେଷ ରାଜା ରାମକୃଷ୍ଣ ଦେଓଙ୍କ ପତ୍ନୀ । ରମାକୁମାରୀ ଦେବୀ ତତ୍କାଳୀନ ଆନ୍ଧ୍ରପ୍ରଦେଶ ମଡଗୁଲର ବିଧାୟିକା ବି ଥିଲେ । ମହାରାଜ ରାମକୃଷ୍ଣ ଦେଓ ହେଉଛନ୍ତି ମହାରାଜ ବିକ୍ରମ ଦେବ ବର୍ମାଙ୍କ ପୌଷ୍ୟ ପୁତ୍ର । ତେବେ ରାମକୃଷ୍ଣ ଦେଓ ମାତ୍ର ଦୁଇଦିନ ପାଇଁ ଜୟପୁରରର ରାଜାପଦରେ ଅଭିଷିକ୍ତ ଥିଲେ ।
Powered by Froala Editor