ଆଜି ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି
ପୁରୀ: ବଡ଼ଦାଣ୍ଡରେ ଲାଗିଛି ଭକ୍ତଙ୍କ ଭିଡ଼ । ଶୀତଦିନରେ ହେଉ କି ନୂଆବର୍ଷ ଉପଲକ୍ଷେ ବର୍ଷସାରା ଲାଗିଥାଏ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଭିଡ଼ । ଆଜି ହେଉଛି ପବିତ୍ର ପୌଷ ପୂର୍ଣ୍ଣିମା ତିଥି । ଆଜିର ଏହି ପବିତ୍ର ତିଥି ଉପଲକ୍ଷେ ମହାପ୍ରଭୁଙ୍କ ଅନୁଷ୍ଠିତ ହେଉଛି ପୁଷ୍ୟାଭିଷେକ ବା ଦେବାଭିଷେକ ନୀତି । ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ଏକ ଅନନ୍ୟ ଉତ୍ସବ। ଆଜି ରତ୍ନସିଂହାସନରେ ଶ୍ରୀଜୀଉ ମାନେ ରାଜରାଜେଶ୍ୱର ବେଶ ବା ସୁନାବେଶରେ ଦର୍ଶନ ଦେବେ।
ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯାଇଛି। ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିଥିଲେ। ଏବଂ ଏହାପରେ ରତ୍ନସିଂହାସନରେ ମହାପ୍ରଭୁ ମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି। ମସ୍ତକରେ କିରିଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ,ସେବତୀମାଳ, ଆଡ଼କାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାର ସ୍ଵର୍ଣ ଅଳଙ୍କାରରେ ମହାପ୍ରଭୁ ମାନେ ରାଜରାଜେଶ୍ୱର ବେଶରେ ବିଭୂଷିତ ହୋଇଛନ୍ତି।
Powered by Froala Editor