୫୮୮ କୋଭିଡ୍ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ୧୦୦ ପାର୍

ଗତ ୨୪ ଘଣ୍ଟା ମଧ୍ୟରେ ୫୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୩୮୫୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାବ୍ୟତୀତ ଖୋର୍ଦ୍ଧା ଜିଲ୍ଲାରୁ ୧୦୦ ପାର୍ କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଜିଲ୍ଲାରୁ ସର୍ବାଧିକ ୧୦୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ସୁନ୍ଦରଗଡ଼ରୁ ୮୪, କଳାହାଣ୍ଡିରୁ ୬୪ ଓ ଝାରସୁଗୁଡ଼ାରୁ ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକରୁ ୩୦, ନୂଆପଡ଼ାରୁ ୨୯, ସମ୍ବଲପୁରରୁ ୨୮, ଗଞ୍ଜାମରୁ ୨୭, ପୁରୀରୁ ୨୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ବରଗଡ଼ରୁ ୨୧, ଯାଜପୁରରୁ ୧୫, ବାଲେଶ୍ୱରରୁ ୧୩, ବଲାଙ୍ଗିର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୧୧ ଲେଖା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍ରୁ ୨୩ ପଜିଟିଭ ବାହାରିଛନ୍ତି ।