ହାଇକୋର୍ଟଙ୍କ ଗୁୁରୁତ୍ୱପୂର୍ଣ୍ଣ ରାୟ : ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସଂପର୍କ ରଖିବା ଦୁଷ୍କର୍ମ ଅପରାଧ ପରିସରଭୁକ୍ତ ନୁହେଁ
ଡକ୍ଟର ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ଦୁଷ୍କର୍ମ ମାମଲାରେ ଜାମିନ ଆବେଦନର ଶୁଣାଣି କରି ଏପରି ରାୟ ଦେଇଛନ୍ତି । ଜଣେ ପ୍ରାପ୍ତବୟସ୍କା ପୀଡ଼ିତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅଭିଯୁକ୍ତ ୨୦୨୦ ଜାନୁଆରି ୧୨ରେ ସାଙ୍ଗରେ ନେଇ ଭୁବନେଶ୍ୱର ଯାଇଥିଲା । ସେଠାରେ ଅଭିଯୁକ୍ତ ପୀଡିତାଙ୍କ ସହିତ ବାରମ୍ବାର ଶାରୀରିକ ସଂପର୍କ ରଖିଥିଲା । କିଛି ଦିନ ପରେ ସେ ପୀଡ଼ିତାଙ୍କୁ ଛାଡି ପଳାଇଥିଲା । ଖବର ପାଇ ପୀଡ଼ିଙ୍କ ପରିବାର ସଦସ୍ୟ ତାଙ୍କୁ ଉଦ୍ଧାର କରିଥିଲେ । ଏ ନେଇ ନିମାପଡ଼ା ଥାନାରେ ଅଭିଯୋଗ ପରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ନିମ୍ନ ଅଦାଲତରେ ଜାମିନ ଖାରଜ ହେବା ପରେ ଅଭିଯୁକ୍ତ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ।
Powered by Froala Editor