ଆଜି ଦେଶରେ ୧୧୪ ନୂଆ କୋଭିଡ୍- ଆକ୍ରାନ୍ତ
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇ ୧୦୦ରୁ କିଛି ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ପୁଣି କିଛି ହ୍ରାସ ପାଇ ୨୨୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୧୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୧,୧୫୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୌଣସି କୋଭିଡ୍-୧୯ଜନିତ ମୃତ୍ୟୁ ରେକର୍ଡ କରାଯାଇ ନ ଥିବାରୁ ମୃତ୍ୟୁସଂଖ୍ୟା ୫,୩୦,୭୨୬ରେ ଅପରିବର୍ତ୍ତିତ ରହିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୮,୩୦୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୧୯ ଥିବା ରେକର୍ଡ କରାଯାଇଛି।
Powered by Froala Editor