ଆଜିଠୁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମଙ୍ଗଳବାରଠାରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ଅଛି । ୧୭ରେ ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହୋଇପାରେ । ୧୮ରେ ବି ଉତ୍ତର ଓଡିଶାରେ ବର୍ଷା ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
୧୭ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେହିଭଳି ୧୮ରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ ।
Powered by Froala Editor