ଫେବୃଆରୀ ୧୬ରେ ତ୍ରିପୁରା; ୨୭ରେ ମେଘାଳୟ ଓ ନାଗାଲ୍ୟାଣ୍ଡ ଭୋଟ

ଫେବୃଆରୀ ୧୬ ତାରିଖରେ ତ୍ରିପୁରାର ସମସ୍ତ ୬୦ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ଭୋଟିଂ ହେବ। ସେହିପରି ମେଘାଳୟ ଓ ନାଗାଲ୍ୟାଣ୍ଡ ବିଧାନସଭାର ସମସ୍ତ ୬୦ ଆସନ ପାଇଁ ଫେବୃଆରୀ ୨୭ରେ ମତଦାନ ଗ୍ରହଣ କରାଯିବ। ଦୁଇଟି ତାରିଖରେ ୩ଟି ରାଜ୍ୟର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଗୋଟିଏ ଦିନରେ ରେଜଲ୍ଟ ପ୍ରକାଶ ପାଇବ। ମାର୍ଚ୍ଚ ୨ ତାରିଖରେ ୩ ରାଜ୍ୟରେ ଭୋଟ ଗଣତି ସହ ରେଜଲ୍ଟ ପ୍ରକାଶ ପାଇବ ବୋଲି ଶ୍ରୀ କୁମାର ସୂଚନା ଦେଇଛନ୍ତି।
ତ୍ରିପୁରା ପାଇଁ ଜାନୁଆରି ୨୧ରେ ବିଜ୍ଞପ୍ତି ପ୍ରକାଶ ପାଇବ ଓ ମନୋନୟନ ପତ୍ର ଦାଖଲର ଶେଷ ତାରିଖ ଜାନୁଆରି ୩୦ ତାରିଖ ଓ ମନୋନୟନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଫେବ୍ରୁଆରି ୨ । ସେହିପରି ନାଗାଲାଣ୍ଡ ଓ ମେଘାଳୟ ପାଇଁ ଜାନୁଆରି ୩୧ରେ ବିଜ୍ଞପ୍ତି ପ୍ରକାଶ ପାଇବ ଓ ମନୋନୟନ ପତ୍ର ଦାଖଲର ଶେଷ ତାରିଖ ଫେବ୍ରୁଆରି ୭ ତାରିଖ ଓ ମନୋନୟନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଫେବ୍ରୁଆରି ୧୦ ।
ଏହି ୩ଟି ରାଜ୍ୟରେ ମୋଟ ଭୋଟର ସଂଖ୍ୟା ୬୨.୮ ଲକ୍ଷ ଥିବାବେଳେ ସେମାନଙ୍କ ମଧ୍ୟରୁ ୩୧.୪୭ ଲକ୍ଷ ଭୋଟର ମହିଳା । ଏଥର ୧.୭୬ ଲକ୍ଷ ଭୋଟର ପ୍ରଥମ ଥର ପାଇଁ ନିର୍ବାଚନରେ ସାମିଲ ହେବେ ।
Powered by Froala Editor