ନବ ଦାସଙ୍କ ପରଲୋକରେ ଗଭୀର ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର
ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକରେ ଗଭୀର ଦୁଃଖ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ‘ଗୁଳିମାଡ ପରେ ହସ୍ପିଟାଲରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ତାଙ୍କ ସହ ଯେଉଁ ଭଳି ଘଟଣା ଘଟିଛି, ଏହା ମୋତେ ବ୍ୟଥିତ କରିଛି।’
ଧର୍ମେନ୍ଦ୍ର ଆହୁରି କହିଛନ୍ତି, ‘ଜନପ୍ରତିନିଧି ଭାବରେ ନବ ଦାସଙ୍କ କାର୍ୟ୍ୟ ସ୍ମରଣୀୟ ହୋଇ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ଏହି ଦୁଃଖଦ ସମୟରେ ମହାପ୍ରଭୁ ଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ୟ୍ୟ ଓ ସାହସ ପ୍ରଦାନ କରନ୍ତୁ ।‘
Powered by Froala Editor