କରୋନା ନେଲା ପୁଣି ୪୨୦୯ ଜୀବନ

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ତାଳ ଦେଇ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଏହା ଭିତରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨.୫୯ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୨୦୯ ରହିଥିବା ଜଣାପଡ଼ିଛି। ଗତକାଲି ମୃତ୍ୟୁସଂଖ୍ୟା ୪ ହାଜାର ତଳକୁ ଖସିଯାଇଥିଲା। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୯,୫୯୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪,୨୦୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୬୦,୩୧,୭୩୫ ଓ ମୃତ୍ୟୁସଂଖ୍ୟା ୨,୯୧,୩୩୧ରେ ପହଞ୍ଚିଛି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୭,୨୯୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୨୭,୧୨,୭୩୫ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୦,୨୭,୯୨୫।
Powered by Froala Editor