ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
କେନ୍ଦୁଝର : ଦୁଇ ବାଇକ୍ ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ତିନି ଜଣଙ୍କ ମୃତ୍ୟୁ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।
ଖବର ଅନୁଯାୟୀ, କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ରୁଟିସିଳା ଗାଁରେ ଦୁର୍ଘଟଣା ଘଟିଛି । ଶୁକ୍ରବାର ବିଳମ୍ବିତ ରାତିରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ତିନି ଜଣ ଗୁରୁତର ହୋଇଥିଲେ । ହେଲେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ବାକି ଦୁଇ ଜଣଙ୍କ ମୃତ୍ୟୁ ହୋଇଯାଇଛି । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୋଟ ତିନି ଜଣଙ୍କ ମୃତ୍ୟୁ ହୋଇଛି ।
Powered by Froala Editor