ଅବଦୁର ରେହମାନକୁ ୭ବର୍ଷ ୫ମାସ ସଜା ଶୁଣାଇଲେ କୋର୍ଟ

ଦିଲ୍ଲୀ ପଟିଆଲା ହାଉସ କୋର୍ଟ ଅଲ କାଏଦା ଲିଙ୍କରେ ଦୋଷୀ ଅବଦୁଲ ରେହମାନକୁ ଦଣ୍ଡାଦେଶ ଶୁଣାଇଛନ୍ତି। ଅବଦୁର ରେହମାନକୁ ୭ ବର୍ଷ ୫ ମାସ ସଶ୍ରମ କାରାଦଣ୍ଡ ସହ ୨୫ହଜାର ଟଙ୍କା ଜୋରିମାନା ଦଣ୍ଡାଦେଶ ଶୁଣାଇଛନ୍ତି। ରେହମାନଙ୍କ ସହ ଅନ୍ୟ ୩ ଦୋଷୀଙ୍କୁ ମଧ୍ୟ ସମାନ ଦଣ୍ଡାଦେଶ ଶୁଣାଇଛନ୍ତି। । ସେମାନେ ହେଲେ ମହମ୍ମଦ ଆସିଫ, ଜାଫର ମାସୁଦ ଏବଂ ଅବଦୁଲ ସାମିକୁ ସମାନ ଦଣ୍ଡ। ଅବଦୁର ରେହେମାନ, ମହମ୍ମଦ ଆସିଫ, ଜାଫର ମାସୁଦ ଓ ଅବଦୁଲ ସାମିଙ୍କୁ ଅନଲଫୁଲ ଆକ୍ଟିଭିଟିଜ୍ ପ୍ରିଭେନସନ ଆକ୍ଟର ଧାରା ୧୮ ଏବଂ ୧୮-ବିରେ ଦୋଷୀ ସାବ୍ୟସ୍ତ କରାଯାଇଛି।
ଆତଙ୍କବାଦ କାର୍ଯ୍ୟକଳାପ ପ୍ରଚାରପ୍ରସାର କରିବା ଅଭିଯୋଗରେ ୨୦୧୫ ମସିହା ଡିସେମ୍ବର ୧୬ରେ ଅବଦୁରକୁ ଗିରଫ କରିଥିଲା ଦିଲ୍ଲୀ ପୋଲିସ। ଜଗତପୁରର ପଶ୍ଚିମକଚ୍ଛ ଗାଁରୁ ଅବଦୁରକୁ ଗିରଫ କରାଯାଇଥିଲା । ଅବଦୁର ଅଲକାଏଦା ଇଣ୍ଡିଆନ୍ ସବକଣ୍ଟିନେଣ୍ଟର ସଦସ୍ୟ ବୋଲି ଜଣାପଡ଼ିଥିଲା।
ସେ ସଂଗଠନର ନିଯୁକ୍ତି କଥା ବୁଝୁଥିଲା ବୋଲି ପୋଲିସ୍ କହିଥିଲା। ତଦନ୍ତ ସମୟରେ ଅବଦୁର ପାଖରୁ ମୋବାଇଲ୍, ଟାବଲେଟ୍ ଓ ପାସପୋର୍ଟ ଜବତ ହୋଇଥିଲା । ବେଆଇନ ମଦ୍ରାସା ଚଳାଇବା , ଅସ୍ତ୍ରଶସ୍ତ୍ର ତାଲିମ ଦେବା ଓ ଉତ୍ତେଜନା ପ୍ରବଣ ଭାଷଣ ଦେବା ଆଦିର ପ୍ରମାଣ ପୋଲିସ ହାତରେ ଲାଗିଥିଲା।
Powered by Froala Editor