ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୨

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୩ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୪,୩୭୬ କୋଟିରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ଦେଶରେ ୩ଟି କୋଭିଡ୍-୧୯ଜନିତ ମୃତ୍ୟୁ ରେକର୍ଡ କରାଯିବା ପରେ ମୃତ୍ୟୁସଂଖ୍ୟା ୫,୩୦,୭୫୬ ହୋଇଥିବା ରେକର୍ଡ କରାଯାଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୧,୭୯୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୨୩ ଥିବା ରେକର୍ଡ କରାଯାଇଛି।
Powered by Froala Editor