୧୧.୩୦ ଯାଏଁ ଗୃହ ମୁଲତବୀ
ଭୁବନେଶ୍ୱର: ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି ବଜେଟ ଅଧିବେଶ । ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲଙ୍କ ଅଭିଭାଷଣରୁ ଆରମ୍ଭ ହୋଇଥିବା ବିଧାନସଭାର ଦ୍ୱାଦଶ ତଥା ବଜେଟ ଅଧିବେଶନର ଆଜି ହେଉଛି ଦ୍ୱିତୀୟ ଦିନ । ତେବେ ଦ୍ୱିତୀୟ ଦିନର ଗୃହ କାର୍ଯ୍ୟ ଆରମ୍ଭ ହେଉ ହେଉ ବିରୋଧୀଙ୍କ ହଟ୍ଟଗୋଳ । କଂଗ୍ରେସ ବିଧାୟକମାନେ ଗୃହରେ ହୋହାଲ୍ଲା କରିଛନ୍ତି । ପ୍ରଶ୍ନକାଳ ଆରମ୍ଭରୁ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଉତ୍ତର ରଖୁଥିଲେ ।
ତେବେ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ କଂଗ୍ରେସ ବିଧାୟକମାନେ ହୋହାଲ୍ଲା କରିଥିଲେ । ବିଭିନ୍ନ ପ୍ଲାକାର୍ଡ ଧରି କଂଗ୍ରେସ ସଦ୍ୟମାନେ ବାଚସ୍ପତିଙ୍କ ପୋଡ଼ିୟମ ତଳକୁ ଆସି ନାରାବାଜି କରିଥିଲେ । ବିଜେପି ସଦସ୍ୟମାନେ ମଧ୍ୟ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ନବ ଦାସ ହତ୍ୟା ମାମଲାକୁ ନେଇ ମଧ୍ୟ ନାରାବାଜି କରିଥିଲେ । ଯାହାକୁ ଦୃଷ୍ଟିରେ ରଖି ବାଚସ୍ପତି ବିକ୍ରମକେଶରୀ ଆରୁଖ ଗୃହକୁ ୧୧.୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ।
Powered by Froala Editor