ନେପାଳ, ଦିଲ୍ଲୀ-ଏନସିଆରରେ ଭୂମିକମ୍ପ ଝଟ୍କା
ବୁଧବାର ଅପରାହ୍ନରେ ନେପାଳରେ ଭୂମିକମ୍ପ ହୋଇଛି। ଅନ୍ୟପକ୍ଷରେ ଦିଲ୍ଲୀ-ଏନସିଆରରେ ଏହି ଭୂମିକମ୍ପର ଝଟ୍କା ଅନୁଭୂତ ହୋଇଛି। ନେପାଳର ଜୁମଲା ଠାରୁ ୬୯ କିଲୋମିଟର ଦୂରରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ନ୍ୟାସନାଲ ସେଣ୍ଟର ଅଫ୍ ସେସମୋଲୋଜି ଅନୁଯାୟୀ, ଭୂକମ୍ପର ଗଭୀରତା ୧୦ କିଲୋମିଟର ଥିଲା ଏବଂ ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏ ବେଳେ ଭୂମିକମ୍ପ ଅନୁଭୂତ ହୋଇଥିଲା। ନେପାଳରେ ସୃଷ୍ଟି ହୋଇଥିବା ଭୂକମ୍ପର ପ୍ରଭାବ ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତର କିଛି ସ୍ଥାନରେ ଅନୁଭବ ହୋଇଥିଲା। ଗତ କିଛି ମାସ ହେବ ନେପାଳରେ ବାରମ୍ବାର ଭୂକମ୍ପ ଅନୁଭୂତ ହେଉଛି। ଏହା ପୂର୍ବରୁ ଜାନୁଆରି ୨୪ ରେ ଭୂମିକମ୍ପ ଅନୁଭୂତ ହୋଇଥିଲା।
Powered by Froala Editor