ଏହି ଆଶ୍ରମର ୨୧ ଅନ୍ତେବାସୀ ପଜିଟିଭ

ସୁନ୍ଦରଗଡ଼: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ଆଶ୍ରମରୁ ୨୧ ଜଣ ଶିଶୁ ଓ ୫ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି । ସ୍ଥାନୀୟ ଟାଙ୍ଗରପାଲି ବ୍ଲକ ବେଲସରା ଜୟଶଙ୍କର ଆଶ୍ରମରୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବାବେଳେ ସେମାନେ ଆଇସୋଲେସନରେ ଥିବା ଉପଜିଲ୍ଲାପାଳ କହିଛନ୍ତି ।
ପ୍ରକାଶ ଯେ, ରାଜ୍ୟରେ ଆଉ ୧୧୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୬୨୧୯ ଜଣ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୪୮୮୯ ଜଣ ସଂକ୍ରମିତ ହୋଇଛନ୍ତି । ଏଯାବତ ରାଜ୍ୟରେ ୬ ଲକ୍ଷ ୭୯ ହଜାର ୫୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୬୭ ହଜାର ୩୮୨ ଜଣ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ୧ ଲକ୍ଷ ୯ ହଜାର ୬୩୯ ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି ।
Powered by Froala Editor