ଦାୟିତ୍ବ ନେବା ପୂର୍ବରୁ ନବୀନଙ୍କୁ ଭେଟିଲେ ପ୍ରଦୀପ ଜେନା
ଭୁବନେଶ୍ବର: ଦାୟିତ୍ବ ନେବା ପୂର୍ବରୁ ନୂତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ଭେଟିଛନ୍ତି। ତାଙ୍କ ସହ ଉନ୍ନୟନ କମିଶନର ଅନୁ ଗର୍ଗ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି।
ଏହି ଅବସରରେ ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଷନ, ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ।
Powered by Froala Editor