ମାର୍ଚ୍ଚ ୫କୁ ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ଵର : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ । ବିକାଶର ପୁରୁଷକୁ ଶ୍ରଦ୍ଧାଞ୍ଜଳି ଦେଉଛି ସାରା ରାଜ୍ୟ । ଆଜିର ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ଼ ନିଦେ୍ର୍ଧଶ ଦେଇଛନ୍ତି । ମାର୍ଚ୍ଚ ୫କୁ ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ ଭାବରେ ପାଳନ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ। ଏଲୋପାଥି, ହୋମିଓପାଥି, ଆୟୁର୍ବେଦ, ନର୍ସିଂ, ଲ୍ୟାବ ଟେକ୍ନୋଲୋଜି ଏବଂ ଅନ୍ୟାନ୍ୟ ପାରାମେଡିକାଲ ସାଇନ୍ସରେ ସର୍ବଭାରତୀୟ ଗୁଣାତ୍ମକ ସ୍ୱାସ୍ଥ୍ୟ ଶିକ୍ଷା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।
Powered by Froala Editor