୧୧.୩୦ ଯାଏଁ ଗୃହ ମୁଲତବୀ
ଭୁବନେଶ୍ୱର: ଯାହା ଆଶା କରାଯାଉଥିଲା ସେହା ହିଁ ହେଲା । ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ର ଆଜି ହେଉଛି ପ୍ରଥମ ଦିବସ । ତେବେ ଆଜି ଗୃହ ଆରମ୍ଭ ହେଉ ହେଉ ହଟ୍ଟଗୋଳ ଦେଖିବାକୁ ମିଳିଛି । ଯାହା ଫଳରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଗୃହକୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି ।
ଆଜି ବିଧାନସଭାର ପ୍ରଶ୍ନକାଳ ଆରମ୍ଭ ହେଉ ହେଉ ବିରୋଧୀ ବିଜେପି ଓ କଂଗ୍ରେସ ହୋହାଲ୍ଲା କରିଥିଲେ । ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ଉଭୟ ବିରୋଧୀ ନାରାବାଜି କରିଥିଲେ ।ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟମାନେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ ନେଇ ଆଲୋଚନା କରିବାକୁ ଦାବି କରିଥିଲେ, ହେଲେ ସେଥିଲାଗି ବାଚସ୍ପତି ଅନୁମତି ଦେଇ ନ ଥିଲେ। ଏହାପରେ ଗୃହମଧ୍ୟକୁ ଆସି ସେମାନେ ନାରାବାଜି ସହ ହୋହଲ୍ଲା କରିଥିଲେ। ସେମାନେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ। ଯାହା ଫଳରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଗୃହକୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି ।
ଏହାପୂର୍ବରୁ ବିଧାନସଭାର ପ୍ରଥମ ପର୍ୟ୍ୟାୟ ଅଧିବେଶନରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଥିଲା । ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ଗୃହରେ ପ୍ରବଳ ହଟ୍ଟଗୋଳ କରିଥିଲେ ବିରୋଧୀ । ଯାହା ଫଳରେ ଗୃହକାର୍ୟ୍ୟକୁ ବାରମ୍ବାର ମୁଲତବି କରିଥିଲେ ବାଚସ୍ପତି । ଆଉ ବିଧାନସଭାର ଦ୍ୱିତୀୟ ପର୍ୟ୍ୟାୟ ଅଧିବେଶନରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି ।
Powered by Froala Editor