ପିଲରକୁ ପିଟିଲା ବାଇକ୍, ଜଣେ ମୃତ, ୨ ଗୁରୁତର

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ବଡଭୁଇଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପିଲରକୁ ପିଟିଲା ବାଇକ୍ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି ।
ଖବର ଅନୁଯାୟୀ, ଲହୁଣୀପଡ଼ା ବଡ଼ ଭୁଇଁ ନିକଟରେ ଏକ ବାଇକ୍ ଭାରସାମ୍ୟ ହରାଇ ରାସ୍ତା କଡ଼ ପିଲରରେ ପିଟି ହୋଇଥିଲା । ଯାହାଫଳରେ ଗାଡିରେ ଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବାକି ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଦୁଇ ଜଣଙ୍କୁ ରାଉରକେଲା ସ୍ଥାନାନ୍ତରିତ କରାଯାଇଛି ।ସେହିପରି ଏବେ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।
Powered by Froala Editor