ବର୍ଷା: ଏହି ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର: ଆଜିଠୁ କମିବ ପଶ୍ଚିମା ଝଡ଼ର ପ୍ରଭାବ । ହାଲୁକା ବର୍ଷା ନେଇ ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କନାଳ, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ, ଖୋର୍ଦ୍ଧା ଓ କଟକ ପାଇଁ ସତର୍କ ସୂଚନା ଜାରି ହୋଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଦାରିଙ୍ଗବାଡ଼ିରେ ସର୍ବାଧିକ ୮ ମିଲିମଟର ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ପାଞ୍ଚ ଦିନ ପର୍ୟ୍ୟନ୍ତ ପାଗରେ ବିଶେଷ ପରିବର୍ତ୍ତନ ନଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।
ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ଶୁକ୍ରବାର ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଥିଲା। ଏଥିସହ କନ୍ଧମାଳ, ନୟାଗଡ଼, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି। ରାଜ୍ୟର ଅଧିକାଂଶ ସ୍ଥାନର ଦିନ ତାପମାତ୍ରା ତଳକୁ ଖସିଛି।
Powered by Froala Editor