ବୁଲା ଗାଈ, କୁକୁରଙ୍କ ପାଇଁ ୫୫ ଲକ୍ଷ ମଞ୍ଜୁର

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ।
ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏ ସିମାନଙ୍କୁ ୫୫ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି ।
ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନମାନଙ୍କ ଜରିଆରେ ବୁଲା ପ୍ରାଣୀମାନଙ୍କୁ ଖାଦ୍ୟ ଯୋଗାଇ ଦେବେ ।
ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ , ସମ୍ବଲପୁର, ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।
ସୂଚନାଯୋଗ୍ୟ ଯେ ଗତ ନ୍ଅ ତାରିଖ ଦିନ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲଷ ଟଙ୍କା ମଞ୍ଜୁର
Powered by Froala Editor