୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ଆଜି ବିଧାନସଭା ଆରମ୍ଭ ହେଉ ହେଉ ହଟ୍ଟଗୋଳ ଦେଖିବାକୁ ମିଳିଛି । ପରିସ୍ଥିତି ଏମିତି ହୋଇଥିଲା ଯେ ଗୃହ କାର୍ଯ୍ୟ ପରିଚାଳନା କରିବା ବାଚସ୍ପତିଙ୍କ ପକ୍ଷେ ସମ୍ଭବ ହୋଇପାରିନଥିଲା । ଫଳରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।
ଆଜି ପ୍ରଥମେ ଝାରସୁଗୁଡ଼ାର ପୂର୍ବତନ ବିଧାୟକଙ୍କ ବିୟୋଗରେ ଶୋକପ୍ରସ୍ତାବ ଆଗତ କରାଯାଇଥିଲା । ଏନେଇ ବିଧାୟକମାନେ ନିଜ ନିଜ ସ୍ଥାନରେ ଛିଡ଼ା ହୋଇ ନିରବ ପ୍ରାର୍ଥନା କରିଥିଲେ । ତେବେ ପରେ ପରେ ପ୍ରଶ୍ନକାଳ ଆରମ୍ଭ ହେଉ ହେଉ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ । ମାଟ୍ରିକ ପ୍ରଶ୍ନପତ୍ର ଲିକ ଅଭିଯୋଗରେ ହଟ୍ଟଗୋଳ କରିଥିଲେ । ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ । ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ ବିରୋଧୀ ଦଳ ସଦସ୍ୟ ।ଏପରିକି ଗଣଶିକ୍ଷା ମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଥିଲେ । ଫଳରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।
Powered by Froala Editor