କରୋନା ନେଲା ପୁଣି ୬୩୦ ଜୀବନ

ନୂଆଦିଲ୍ଲୀ : ସାଙ୍ଘାତିକ ହେଉଛି କରୋନାସ୍ଥିତି । ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ଆଜି ପୁଣି ଦୈନିକ କରୋନା ଆକ୍ରାନ୍ତ ଚିହ୍ନଟ ସଂଖ୍ୟାର ନୂଆ ରେକର୍ଡ । ଗତ ୨୪ ଘଣ୍ଟାରେ ଦେଶରେ ଲକ୍ଷେ ୧୫ ହଜାର ୭୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି ।
ଆଜି ଲକ୍ଷେ ୧୫ ହଜାର ୭୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୮ ଲକ୍ଷ ୧ ହଜାର ୭୮୫ କୁ ବୃଦ୍ଧି ପାଇଛି । ସେହିପରି ୨୪ ଘଣ୍ଟାରେ ମହାମାରୀ ଭାଇରସରେ ୬୩୦ ଜଣଙ୍କ ମୃତ୍ୟୁ ଘଟିଛି । ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୬ ହଜାର ୧୭୭ କୁ ବୃଦ୍ଧି ପାଇଛି ।
ସେହିପରି ଗତ ୨୪ ଘଣ୍ଟାରେ ୫୯ ହଜାର ୮୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ବି ୮ ଲକ୍ଷରୁ ଅଧିକ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ୮ ଲକ୍ଷ ୪୩ ହଜାର ୪୭୩ ଜଣ ଚିକିତ୍ସାଧୀନ ଅଛନ୍ତି ।