ଆଜି ଗଞ୍ଜାମ ଯିବେ ନବୀନ
ଗଞ୍ଜାମ : ଆଜି ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବରରୁ ୧୦ଟା ୫ମିନିଟରେ ଗଞ୍ଜାମ ଅଭିମୁଖେ ଯାତ୍ରା କରିବେ । କବିସୂର୍ୟ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ୟ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଦିନ ୧୧ଟାରେ କବିସୂର୍ୟ୍ୟନଗର ତହସିଲ ନିକଟ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବା ପରେ ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ । ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଏସଏଚଜିଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବେ । ପରେ ହିଞ୍ଜିଳିର କଞ୍ଚୁଡୁରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ଏସଏଚଜିଙ୍କୁ ଋଣ ସହିତ ଭୂମିହୀନଙ୍କୁ ପଟ୍ଟା ବଣ୍ଟନ କରିବେ ନବୀନ । ଶେଷରେ ଛତ୍ରପୁରରେ ଏକ ସଭାରେ ଯୋଗଦେଇ ଭୁବନେଶ୍ବର ଫେରିବାର କାର୍ୟ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
Powered by Froala Editor