ବନ୍ଦ ରହିଲା ସମସ୍ତ ଲାଇଟ୍, ଅନ୍ଧାର ହୋଇଗଲା ନବୀନ ନିବାସ

ଭୁବନେଶ୍ବର: ଏକ ଘଣ୍ଟା ପାଇଁ ଅନ୍ଧାର ହୋଇଗଲା ନବୀନ ନିବାସ । ବନ୍ଦ ରହିଲା ସମସ୍ତ ଲାଇଟ୍ । ଆର୍ଥ ଆଓ୍ବାର ପାଇଁ ଲାଇଟ୍ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିଲେ ଆହ୍ବାନ । ତାଙ୍କ ଆହ୍ବାନ କ୍ରମେ ଶନିବାର ରାତି ସାଢ଼େ ୮ଟାରୁ ସାଢ଼େ ୯ଟା ପର୍ୟ୍ୟନ୍ତ ନବୀନ ନିବାସର ସମସ୍ତ ଲାଇଟ୍ ବନ୍ଦ ରହିଥିଲା ।
କେବଳ ନବୀନ ନିବାସର ଲାଇଟ୍ ବନ୍ଦ ରହି ନଥିଲା । ଏହି ସମୟରେ ଲାଇଟ୍ ବନ୍ଦ ରଖିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ । ତାଙ୍କ ଆହ୍ବାନ କ୍ରମେ ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ ସହ ଲୋକମାନେ ଏହି ସମୟରେ ଲାଇଟ ବନ୍ଦ ରଖିଥିଲେ ।
ଭୁବନେଶ୍ବର କମିଶନରେଟ ଅଫିସରେ ଲାଇଟ୍ ବନ୍ଦ ରହିଥିବା ବେଳେ ଷ୍ଟିଲ୍ ସିଟି ରାଉରକେଲା ଏକ ଘଣ୍ଟା ପାଇଁ ଅନ୍ଧାର ହୋଇଯାଇଥିଲା । ପରିବେଶ ସୁରକ୍ଷା ଉଦ୍ଦେଶ୍ୟରେ ୨୦୦୪ରୁ ଆର୍ଥ ଆଓ୍ବାର ପାଳିତ ହୋଇ ଆସୁଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ବିଜୁଳି ବନ୍ଦ ରଖିବାକୁ ରାଜ୍ୟବାସୀଙ୍କୁ ଦେଇଥିଲେ ଆହ୍ବାନ ।
ଜଳବାୟୁ ପରିବର୍ତ୍ତନର ଆହ୍ୱାନ ଏବଂ ଶକ୍ତି ସଞ୍ଚୟର ବାର୍ତା ନେଇ ଆର୍ଥ ଆୱାର ପାଳିତ ହେଉଛି । ଏହି ଅଭିଯାନକୁ ସମର୍ଥନ କରି ନିଜ ଘରେ ଓ ଅଫିସ କାର୍ୟ୍ୟାଳୟ ଗୁଡ଼ିକରେ ଗୋଟିଏ ଘଣ୍ଟା ପାଇଁ ବିଜୁଳି ବନ୍ଦ ରଖିବା ପାଇଁ ଆହ୍ୱାନ ଦିଆଯାଇଥିଲା । । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନବୀନ ନିବାସର ଆଲୁଅ ବନ୍ଦ ରଖିବେ ବୋଲି ଟୁଇଟ କରି ସୂଚନା ଦେଇଥିଲେ । ସେହିପରି ଏହି ଅଭିଯାନରେ ସାମିଲ ହେବା ପାଇଁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ ମୁଖ୍ୟମନ୍ତ୍ରୀ । ସୂଚନାଯୋଗ୍ୟ ଯେ, ପ୍ରତିବର୍ଷ ମାର୍ଚ୍ଚ ମାସର ଅନ୍ତିମ ଶନିବାର ଏହି ଆର୍ଥ ଆୱାର ପାଳିତ ହୋଇଆସୁଛି ।
Powered by Froala Editor