ଆଜି ଏହି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆଜି ୨୬ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ସେହିପରି ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ନବରଙ୍ଗପୁର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି ।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର ଆକଳନ କରିଛି ।
Powered by Froala Editor