ଆଜି ୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ
ଭଞ୍ଜନଗର: ଘୁମୁସରକୁ ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ ଡାକରା ଦିଆଯାଇଛି। ଘୁମୁସର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଏହି ବନ୍ଦ ପାଳନ ପାଇଁ ଆହ୍ୱାନ ଦିଆଯାଇଛି। ବନ୍ଦ ଡାକରା ଯୋଗୁ ବସ୍ ଚଳାଚଳ ଓ ଗାଡ଼ି ଚଳାଚଳ ବନ୍ଦ ରହିଛି। ଏହାସହ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଛି। ଆଜି ସକାଳେ ଆନ୍ଦୋଳକାରୀମାନେ ପିକେଟିଂ କରି ଗାଡ଼ି ଚଳାଚଳ ବନ୍ଦ କରିଥିଲେ।
ଏହି ବନ୍ଦକୁ କଂଗ୍ରେସ, ବିଜେପି, ସାମାଜିକ ସଂଗଠନ ଓ ସାମ୍ବାଦିକ ସଂଘର ସମର୍ଥନ କରିଛନ୍ତି। ଏହି ବନ୍ଦରେ ସ୍କୁଲ, କଲେଜ ଓ ଜରୁରୀକାଳିନ ସେବାକୁ ବାଦ ଦିଆଯାଇଛି। ଘୁମୁସରକୁ ୩୦ବର୍ଷ ଜିଲ୍ଲା ମାନ୍ୟତା ପାଇଁ ଦାବି ହୋଇ ଆସୁଛି। ହେଲେ ଘୁମୁସରକୁ ଜିଲ୍ଲା ମାନ୍ୟତା ମିଳିନାହିଁ। ଏହାରି ପ୍ରତିବାଦରେ ଆଜି ୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ ଡାକରା ଦିଆଯାଇଛି।
Powered by Froala Editor