ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଆଜି ଉତ୍କଳ ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଓଡ଼ିସାବାସୀଙ୍କ ସୁଖ ସମୃଦ୍ଧି କାମନା କରି ଶୁଭେଚ୍ଛା ଜଣାଇଛନ୍ତି।
ଓଡ଼ିଆ ଭାଷାରେ ଟୁଇଟ୍ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି: ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦ ଜଣାଉଛି। ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା, ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍ ଇଞ୍ଜିନ୍ ହେବାରେ ସାମର୍ଥ୍ୟ ବହନ କରେ। ମୁଁ ଓଡ଼ିଶାର ଭାଇ ଓ ଭଉଣୀମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।
ପ୍ରକାଶଯେ ଆଜି ଏପ୍ରିଲ ପହିଲା ଉତ୍କଳ ଦିବସ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ବର୍ଷ ପୂର୍ତ୍ତିକୁ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛନ୍ତି ରାଜ୍ୟବାସୀ।ସ୍ୱତନ୍ତ୍ର ଉତ୍କଳ
ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବରେଣ୍ୟଙ୍କୁ ଆଜି ମନେ ପକାଉଛି ସାରା ରାଜ୍ୟ। ଉତ୍କଳମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦେବ, ହରେକୃଷ୍ଣ ମହତାବ, ବ୍ୟାସକବି ଫକୀରମୋହନ ସେନାପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଂଜଦେଓ, ପଣ୍ଡିତ ନୀଳକଣ୍ଠ ଦାସ, କବିବର ରାଧାନାଥ ରାୟ,ସ୍ୱଭାବ କବି ଗଂଗାଧର ମେହେର ଓ କର୍ମବୀର ଗୌରୀଶଙ୍କର ରାୟଙ୍କ ଉତ୍କଳ ଦିବସ ଗଠନରେ ଅବଦାନ ଅବିସ୍ମରଣୀୟ।
Powered by Froala Editor