ଉତ୍କଳ ଦିବସ: ମୋଦୀ ଓ ଅମିତ ଶାହ ଜଣାଇଲେ ଶୁଭେଚ୍ଛା
ନୂଆଦିଲ୍ଲୀ: ଆଜି ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିସାବାସୀଙ୍କ ସୁଖ ସମୃଦ୍ଧି କାମନା କରି ଶୁଭେଚ୍ଛା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଓଡ଼ିଆ ଭାଷାରେ ଟୁଇଟ୍ କରି ଲେଖିଛନ୍ତି: ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା। ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡ଼ିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର। ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି।
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଟୁଇଟ୍ କରି କହିଛନ୍ତି, ଉତ୍କଳ ଦିବସ ଅବସରରେ ଓଡ଼ିଶାର ଭଉଣୀ ଓ ଭାଇମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ପ୍ରାଚୀନ ମନ୍ଦିରରାଜି, ସମୃଦ୍ଧ ସଂସ୍କୃତି ଏବଂ ଅମାୟିକ ଜନସାଧାରଣ ଥିବା ଓଡ଼ିଶା ହେଉଛି ଭାରତର ଗୌରବରୂପକ ମୁକୁଟରେ ଗୋଟାଏ ମୁକ୍ତା।
ପ୍ରକାଶଯେ ଆଜି ଏପ୍ରିଲ ପହିଲା ଉତ୍କଳ ଦିବସ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ବର୍ଷ ପୂର୍ତ୍ତିକୁ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛନ୍ତି ରାଜ୍ୟବାସୀ।ସ୍ୱତନ୍ତ୍ର ଉତ୍କଳ
ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବରେଣ୍ୟଙ୍କୁ ଆଜି ମନେ ପକାଉଛି ସାରା ରାଜ୍ୟ। ଉତ୍କଳମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦେବ, ହରେକୃଷ୍ଣ ମହତାବ, ବ୍ୟାସକବି ଫକୀରମୋହନ ସେନାପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଂଜଦେଓ, ପଣ୍ଡିତ ନୀଳକଣ୍ଠ ଦାସ, କବିବର ରାଧାନାଥ ରାୟ,ସ୍ୱଭାବ କବି ଗଂଗାଧର ମେହେର ଓ କର୍ମବୀର ଗୌରୀଶଙ୍କର ରାୟଙ୍କ ଉତ୍କଳ ଦିବସ ଗଠନରେ ଅବଦାନ ଅବିସ୍ମରଣୀୟ।
Powered by Froala Editor