ରାଜ୍ୟରେ ୭୯୧ ପିଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ପୁଣି ନିଜର କାୟା ବିସ୍ତାର କରି ଚାଲିଛି କରୋନା। ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି । ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ରାଜ୍ୟରେ କରୋନା ଚିତ୍ର ଦିନକୁ ଦିନ ଭୟାନକ ଆଡ଼କୁ ଯାଉଛି । ବର୍ତ୍ତମାନ ସ୍କୁଲ ଓ କଲେଜରେ କରୋନା ସଂକ୍ରମିତ ଚିହ୍ନଟ ଖବର ସାମନାକୁ ଆସୁଛି । ତେବେ ଏହାରି ଭିତରେ ଗତ ୨୪ ଘଣ୍ଟା ରାଜ୍ୟରେ ୭୯୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୫୯ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୩୩୨ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୪୪ ହଜାର ୬୪୭କୁ ଛୁଇଁଛି।