ବିଜେଡିର ଏହି ୩ ନେତାଙ୍କୁ ଝାରସୁଗୁଡ଼ା ପର୍ୟ୍ୟବେକ୍ଷକ ଦାୟିତ୍ବ

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡିର ତିନି ବରିଷ୍ଠ ନେତାଙ୍କୁ ପର୍ୟ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ୟ୍ୟ, ଦେବୀ ମିଶ୍ର, ସାରଦା ନାୟକଙ୍କୁ ଝାରସୁଗୁଡ଼ା ପର୍ୟ୍ୟବେକ୍ଷକ ଭାବେ ଦାୟିତ୍ବ ଦିଆଯାଇଛି। ବିଜେଡି ସଭାପତିଙ୍କ ନିର୍ଦ୍ଦେଶ ପରେ ଦଳର ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ପର୍ୟ୍ୟବେକ୍ଷକ ନିଯୁକ୍ତି କରିଛନ୍ତି।
ସୂଚନାଯୋଗ୍ୟ ଯେ, ଝାରସୁଗୁଡା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମଇ ୧୦ରେ ଝାରସୁଗୁଡା ଉପନିର୍ବାଚନ ପାଇଁ ଭୋଟିଂ ହେବ । ଏଥିପାଇଁ ଏପ୍ରିଲ୍ ୧୩ରେ ପ୍ରକାଶ ପାଇବ ବିଜ୍ଞପ୍ତି । ୨୦ରୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା । ୨୧ରୁ ୨୩ ମଧ୍ୟରେ ପ୍ରାର୍ଥୀ ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବ । ଏପ୍ରିଲ୍ ୨୪ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ମଇ ୧୩ରେ ଭୋଗ ଗଣତି ହେବ ।
Powered by Froala Editor